24କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ?
25କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।
26ଆଉ, ସେହି ପ୍ରକାରେ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ୱୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି;
27ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ପବିତ୍ର ଆତ୍ମାଙ୍କ ଭାବ କଅଣ, ତାହା ମଧ୍ୟ ଜାଣନ୍ତି, କାରଣ ସେ ଈଶ୍ବରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
28ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।