ରୋମୀୟ 8

ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।

Romans 8:33 (UKJV) Who shall lay any thing to the charge of God's elect? It is God that justifies.

31ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?

32ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?

33ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।

34କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।

35ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.