32ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
33ଈଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ? ଈଶ୍ବର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
34କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
35ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
36ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”