34କିଏ ଦଣ୍ଡାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି।
35ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଗ୍ନତା, କି ବିପଦ, କି ଖଡ୍ଗ?
36ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”
37ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
38କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,