ରୋମୀୟ 8

କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;

Romans 8:6 (UKJV) In order to be carnally minded is death; but to be spiritually minded is life and peace.

4ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ।

5କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।

6କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;

7ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;

8ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.