5କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
6କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;
7ଯେଣୁ ଶାରୀରିକ ମନ ଈଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
8ଯେଉଁମାନେ ଶରୀରର ବଶରେ ଅଛନ୍ତି, ସେମାନେ ଈଶ୍ବରଙ୍କର ସନ୍ତୋଷପାତ୍ର ହୋଇପାରନ୍ତି ନାହିଁ।
9କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।