ରୋମୀୟ 9

ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”

Romans 9:17 (UKJV) For the scripture says unto Pharaoh, Even for this same purpose have I raised you up, that I might show my power in you, and that my name might be declared throughout all the earth.

15କାରଣ ସେ ମୋଶାଙ୍କୁ କହନ୍ତି, “ଯାହା ଉପରେ ଆମ୍ଭର ଦୟା ଅଛି, ତାହାକୁ ଆମ୍ଭେ ଦୟା କରିବା, ଆଉ ଯାହା ଉପରେ ଆମ୍ଭର କୃପା ଅଛି, ତାହାକୁ ଆମ୍ଭେ କୃପା କରିବା।”

16ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ବରଙ୍କଠାରୁ ହୁଏ।

17ଯେଣୁ ଈଶ୍ବର ଶାସ୍ତ୍ର ଦ୍ୱାରା ଫାରୋକୁ କହନ୍ତି, “ଆମ୍ଭେ ଯେପରି ତୁମ୍ଭଠାରେ ଆମ୍ଭର ଶକ୍ତି ଦେଖାଉ, ଆଉ ଯେପରି ସମସ୍ତ ପୃଥିବୀରେ ଆମ୍ଭର ନାମ ଘୋଷିତ ହୁଏ, ଏହି ଅଭିପ୍ରାୟରେ ତ ଆମ୍ଭେ ତୁମ୍ଭକୁ ଉତ୍ଥାପନ କଲୁ।”

18ଅତଏବ, ସେ ଯାହାକୁ ଇଚ୍ଛା କରନ୍ତି, ତାହାକୁ ଦୟା କରନ୍ତି, ପୁଣି, ଯାହାକୁ ଇଚ୍ଛା କରନ୍ତି, ତାହାକୁ କଠିନ କରନ୍ତି।

19ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.