ରୋମୀୟ 9

ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’”

Romans 9:26 (UKJV) And it shall come to pass, that in the place where it was said unto them, All of you are not my people; there shall they be called the children of the living God.

24ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,

25ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।”

26ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’”

27ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;

28ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.