26ପୁଣି, “ଯେଉଁ ସ୍ଥାନରେ ‘ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ବରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ।’”
27ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;
28ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।”
29ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”
30ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।