27ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;
28ଯେଣୁ ପ୍ରଭୁ ପୃଥିବୀରେ ଆପଣା ବାକ୍ୟ ସାଧନ କରିବେ, ସେ ତାହା ସମ୍ପୂର୍ଣ୍ଣ ରୂପେ ସଂକ୍ଷିପ୍ତରେ କରିବେ।”
29ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, “ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ, ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ।”
30ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
31କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।