30ତେବେ, ଆମ୍ଭେମାନେ କଅଣ କହିବା? ଯେଉଁ ଅଣଯିହୁଦୀମାନେ ଧାର୍ମିକତାର ଅନୁଗମନ କରୁ ନ ଥିଲେ, ସେମାନେ ଧାର୍ମିକତା, ଏପରିକି ବିଶ୍ୱାସମୂଳକ ଧାର୍ମିକତା ଲାଭ କରିଅଛନ୍ତି।
31କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
32କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
33ଯେପରି ଲେଖାଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।”