8ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।
9ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
10ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”
11ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?
12ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,