9ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
10ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”
11ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?
12ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,
13ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।”