ରୂତ 1

ଏଥିରେ ସେମାନେ ପୁନର୍ବାର ଉଚ୍ଚସ୍ୱରରେ ରୋଦନ କଲେ, ପୁଣି ଅର୍ପା ନିଜ ଶାଶୁକୁ ଚୁମ୍ବନ କଲା, ମାତ୍ର ରୂତ ତାକୁ ଧରି ରହିଲା।

Ruth 1:14 (UKJV) And they lifted up their voice, and wept again: and Orpah kissed her mother in law; but Ruth clave unto her.

12ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,

13ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।”

14ଏଥିରେ ସେମାନେ ପୁନର୍ବାର ଉଚ୍ଚସ୍ୱରରେ ରୋଦନ କଲେ, ପୁଣି ଅର୍ପା ନିଜ ଶାଶୁକୁ ଚୁମ୍ବନ କଲା, ମାତ୍ର ରୂତ ତାକୁ ଧରି ରହିଲା।

15ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରିଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରିଯାଅ।”

16ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍‍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.