16ରୂତ କହିଲା, “ତୁମ୍ଭକୁ ତ୍ୟାଗ କରି ତୁମ୍ଭର ପଶ୍ଚାଦ୍ଗମନ କରି ଫେରି ଯିବାକୁ ମୋତେ ବିନୟ ନ କର, ଯେହେତୁ ତୁମ୍ଭେ ଯେଉଁଠାକୁ ଯିବ, ମୁଁ ମଧ୍ୟ ସେହିଠାକୁ ଯିବି; ତୁମ୍ଭେ ଯେଉଁଠାରେ ରହିବ, ମୁଁ ମଧ୍ୟ ସେହିଠାରେ ରହିବି; ତୁମ୍ଭର ଲୋକ ହିଁ ମୋହର ଲୋକ ଓ ତୁମ୍ଭର ପରମେଶ୍ୱର ହିଁ ମୋହର ପରମେଶ୍ୱର ହେବେ।
17ତୁମ୍ଭେ ଯେଉଁଠାରେ ମରିବ, ମୁଁ ମଧ୍ୟ ସେହିଠାରେ ମରିବି ଓ ସେହିଠାରେ ମୋହର କବର ହେବ; କେବଳ ମୃତ୍ୟୁୁ ଛଡ଼ା ଆଉ କିଛି ହିଁ ଯେବେ ତୁମ୍ଭକୁ ଓ ମୋତେ ବିଚ୍ଛେଦ କରଇ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”
18ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।
19ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”
20ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।