ରୂତ 1

ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।

Ruth 1:20 (UKJV) And she said unto them, Call me not Naomi, call me Mara: for the Almighty has dealt very bitterly with me.

18ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।

19ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”

20ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।

21ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?”

22ଏହିରୂପେ ନୟମୀ ଓ ମୋୟାବ ଦେଶରୁ ଆସିଥିବା ତାହାର ପୁତ୍ରବଧୂ ସେହି ମୋୟାବ ଦେଶୀୟା ରୂତ ଫେରି ଆସିଲେ; ସେମାନେ ଯବ-ଶସ୍ୟଚ୍ଛେଦନର ଆରମ୍ଭ ସମୟରେ ବେଥଲିହିମରେ ଉପସ୍ଥିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.