ରୂତ 1

ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।

Ruth 1:3 (UKJV) And Elimelech Naomi's husband died; and she was left, and her two sons.

1ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।

2ସେ ଲୋକର ନାମ ଏଲିମେଲକ ଓ ତାହାର ସ୍ତ୍ରୀଙ୍କ ନାମ ନୟମୀ, ପୁଣି ତାହାର ଦୁଇ ପୁତ୍ରଙ୍କ ନାମ ମହଲୋନ ଓ କିଲୀୟୋନ; ଏମାନେ ବେଥଲିହିମ-ଯିହୁଦାର ଇଫ୍ରାଥୀୟ ଲୋକ; ପୁଣି ଏମାନେ ମୋୟାବ ଦେଶକୁ ଆସି ସେଠାରେ ରହିଲେ।

3ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।

4ଏହି ପୁତ୍ରମାନେ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କ ମଧ୍ୟରୁ ବିବାହ କଲେ, ଜଣକର ସ୍ତ୍ରୀର ନାମ ଅର୍ପା, ଅନ୍ୟ ଜଣର ନାମ ରୂତ; ପୁଣି ସେମାନେ ପ୍ରାୟ ଦଶ ବର୍ଷ ଯାଏ ସେଠାରେ ବାସ କଲେ।

5ତହୁଁ ମହଲୋନ ଓ କିଲୀୟୋନ ଦୁଇ ଜଣଙ୍କର ମୃତ୍ୟୁୁ ହୁଅନ୍ତେ, ସେ ସ୍ତ୍ରୀ, ଦୁଇ ପୁତ୍ରବଧୂ ଓ ସ୍ୱାମୀବିହୀନା ହୋଇ ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.