6ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।
7ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।
8ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।
9ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।
10ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”