8ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।
9ଶସ୍ୟକଟାଳିମାନେ ଯେଉଁ କ୍ଷେତ୍ରର ଶସ୍ୟ କାଟିବେ, ତାହା ପ୍ରତି ଦୃଷ୍ଟି ରଖି ତୁମ୍ଭେ ଦାସୀଗଣର ପଛେ ଯାଅ, ତୁମ୍ଭକୁ ସ୍ପର୍ଶ କରିବାକୁ ମୁଁ କି ସେ ଯୁବାମାନଙ୍କୁ ନିଷେଧ କରି ନାହିଁ? ଆଉ ତୁମ୍ଭେ ତୃଷିତ ହେଲେ, ପାତ୍ର ନିକଟକୁ ଯାଇ ଯୁବାମାନଙ୍କର କାଢ଼ିବା ଜଳରୁ ପାନ କର।”
10ଏଥିରେ ସେ ମୁହଁ ମାଡ଼ି ଭୂମିରେ ପଡ଼ି ତାହାକୁ କହିଲା, “ମୁଁ ବିଦେଶିନୀ ହେଲେ ହେଁ ଆପଣ ମୋହର ପରିଚୟ ନେଉଅଛନ୍ତି, ଆପଣଙ୍କ ଦୃଷ୍ଟିରେ ଏତେ ଅନୁଗ୍ରହ ମୁଁ କିପରି ପାଇଲି?”
11ବୋୟଜ ତାହାକୁ ଉତ୍ତର ଦେଇ କହିଲା, “ତୁମ୍ଭ ସ୍ୱାମୀର ମୃତ୍ୟୁୁ ଉତ୍ତାରେ ତୁମ୍ଭେ ନିଜ ଶାଶୁ ପ୍ରତି ଯେରୂପ ବ୍ୟବହାର କରିଅଛ, ପୁଣି ନିଜ ପିତା ଓ ନିଜ ମାତା ଓ ନିଜ ଜନ୍ମ ଦେଶ ତ୍ୟାଗ କରି ପୂର୍ବେ ଯେଉଁମାନଙ୍କୁ ଜାଣିଲ ନାହିଁ, ଏପରି ଲୋକଙ୍କ ନିକଟକୁ ଆସିଅଛ, ଏହିସବୁ କଥା ମୋତେ ସମ୍ପୂର୍ଣ୍ଣ ରୂପେ କୁହାଯାଇଅଛି।
12ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”