13ଏଥିରେ ସେ କହିଲା, “ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”
14ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।
15ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।
16ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”
17ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।