15ତହୁଁ ସେ ବଳକା ଶସ୍ୟ ସଂଗ୍ରହ କରିବାକୁ ଉଠନ୍ତେ, ବୋୟଜ ତାହାର ଯୁବାଗଣକୁ ଆଜ୍ଞା ଦେଇ କହିଲା, “ଏହାକୁ ବିଡ଼ା ମଧ୍ୟରେ ସୁଦ୍ଧା ସାଉଣ୍ଟିବାକୁ ଦିଅ, ପୁଣି ତାହାକୁ ଲଜ୍ଜା ଦିଅ ନାହିଁ।
16ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”
17ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।
18ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।
19ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ? ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”