ରୂତ 2

ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”

Ruth 2:21 (UKJV) And Ruth the Moabitess said, He said unto me also, You shall keep fast by my young men, until they have ended all my harvest.

19ତହୁଁ ତାହାର ଶାଶୁ ତାହାକୁ ପଚାରିଲା, “ତୁମ୍ଭେ ଆଜି କେଉଁଠାରେ ବଳକା ଶସ୍ୟ ସଂଗ୍ରହ କଲ? ଓ କେଉଁଠାରେ କର୍ମ କଲ? ଯେ ତୁମ୍ଭର ପରିଚୟ ନେଲା, ସେ ଧନ୍ୟ ହେଉ।” ତେଣୁ ସେ ଯାହା ପାଖରେ କର୍ମ କରିଥିଲା, ତାହା ଶାଶୁକୁ ଜଣାଇ କହିଲା, “ଯାହା ପାଖରେ ଆଜି କର୍ମ କଲି, ତାହାର ନାମ ବୋୟଜ।”

20ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”

21ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”

22ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”

23ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.