2ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡ଼ିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”
3ଏଥିରେ ସେ ଯାଇ କ୍ଷେତ୍ରରେ ଉପସ୍ଥିତ ହୋଇ ଶସ୍ୟକଟାଳିମାନଙ୍କର ପଛେ ପଛେ ବଳକା ଶସ୍ୟ ସଂଗ୍ରହ କରିବାକୁ ଲାଗିଲା; ଆଉ ଘଟଣାକ୍ରମେ ସେ ଏଲିମେଲକ ବଂଶୀୟ ବୋୟଜର କ୍ଷେତ୍ରଖଣ୍ଡରେ ପହଁଞ୍ଚିଲା।
4ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”
5ତେବେ ବୋୟଜ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ନିଜ ଯୁବାକୁ ପଚାରିଲା, “ଏହି ଯୁବତୀଟି କାହାର?”
6ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।