4ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”
5ତେବେ ବୋୟଜ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ନିଜ ଯୁବାକୁ ପଚାରିଲା, “ଏହି ଯୁବତୀଟି କାହାର?”
6ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।
7ଆଉ ସେ ମୋତେ କହିଲା, ‘ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ;’ ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”
8ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।