8ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”
9ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”
10ସେ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।
11ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
12ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।