11ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;
12ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।
13ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”
14ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”
15ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।