14ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”
15ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।
16ତହୁଁ ରୂତ ନିଜ ଶାଶୁ ନିକଟକୁ ଆସନ୍ତେ, ସେ କହିଲା, “ଆହେ ଆମ୍ଭର କନ୍ୟା, କଅଣ ହେଲା?” ତହିଁରେ ସେ ନିଜ ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜଣାଇଲା।
17ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।
18ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”