2ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ନିଜ ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି।
3ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ନିଜ (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ନିଜର ପରିଚୟ ଦିଅ ନାହିଁ।
4ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।”
5ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”
6ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।