4ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନ ସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ।”
5ସେ ଉତ୍ତର କଲା, “ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି।”
6ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।
7ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।
8ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”