7ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।
8ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”
9ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”
10ସେ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।
11ଏଣୁ ଆହେ ମୋହର କନ୍ୟା, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି;