ରୂତ 4

ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।

Ruth 4:1 (UKJV) Then went Boaz up to the gate, and sat him down there: and, behold, the kinsman of whom Boaz spoke came by; unto whom he said, Ho, such a one! turn aside, sit down here. And he turned aside, and sat down.

1ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।

2ତହୁଁ ସେ ନଗରସ୍ଥ ଦଶ ଜଣ ପ୍ରାଚୀନଙ୍କୁ ନେଇ କହିଲା, “ତୁମ୍ଭେମାନେ ଏଠାରେ ବସ,” ତେଣୁ ସେମାନେ ବସିଲେ।

3ଏଥିରେ ବୋୟଜ ସେହି ମୁକ୍ତିକର୍ତ୍ତା ଜ୍ଞାତିକୁ କହିଲା, “ଆମ୍ଭମାନଙ୍କ ଭ୍ରାତା ଏଲିମେଲକର ଯେଉଁ ଭୂମିଖଣ୍ଡ ଥିଲା, ତାହା ମୋୟାବ ଦେଶରୁ ଫେରି ଆସିଥିବା ନୟମୀ ବିକ୍ରୟ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.