ରୂତ 4

ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।

Ruth 4:16 (UKJV) And Naomi took the child, and laid it in her bosom, and became nurse unto it.

14ଏଣୁ ସ୍ତ୍ରୀମାନେ ନୟମୀକି କହିଲେ, “ଧନ୍ୟ ସଦାପ୍ରଭୁ, ସେ ଆଜି ତୁମ୍ଭକୁ ମୁକ୍ତିକର୍ତ୍ତା ଜ୍ଞାତିହୀନ କରି ନାହାନ୍ତି; ଇସ୍ରାଏଲ ବଂଶରେ ଏହି ବାଳକର ନାମ ବିଖ୍ୟାତ ହେଉ।

15ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”

16ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।

17“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।

18ପେରସର ବଂଶାବଳୀ ଏହି, ପେରସର ପୁତ୍ର ହିଷ୍ରୋଣ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.