ରୂତ 4

ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”

Ruth 4:6 (UKJV) And the kinsman said, I cannot redeem it for myself, lest I ruin mine own inheritance: redeem you my right to yourself; for I cannot redeem it.

4ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ‘ତୁମ୍ଭେ ନଗର-ଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର।’ ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରେ ମୁଁ ଅଛି।” ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”

5ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”

6ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”

7ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।

8ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.