ରୂତ 4

ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।

Ruth 4:7 (UKJV) Now this was the manner in former time in Israel concerning redeeming and concerning changing, in order to confirm all things; a man plucked off his shoe, and gave it to his neighbour: and this was a testimony in Israel.

5ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”

6ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”

7ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।

8ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

9ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.