ରୂତ 4

ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

Ruth 4:8 (UKJV) Therefore the kinsman said unto Boaz, Buy it for you. So he drew off his shoe.

6ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”

7ମୁକ୍ତି ଓ ପାଲଟ ବିଷୟକ ସବୁ କଥା ସ୍ଥିର କରିବା ପାଇଁ ପୂର୍ବକାଳରେ ଇସ୍ରାଏଲ ବଂଶର ଏହିରୂପ ରୀତି ଥିଲା ଯେ, ଜଣେ ନିଜ ପାଦୁକା କାଢ଼ି ଅନ୍ୟ ଜଣକୁ ଦେଲା, ଆଉ ଏହା ଇସ୍ରାଏଲ ମଧ୍ୟରେ ସାକ୍ଷ୍ୟ ସ୍ୱରୂପ ହେଲା।

8ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା।

9ତହୁଁ ବୋୟଜ ପ୍ରାଚୀନଗଣକୁ ଓ ସମସ୍ତ ଲୋକଙ୍କୁ କହିଲା, “ଏଲିମେଲକର ଯାହା ଯାହା ଥିଲା ଓ କିଲୀୟୋନର ଓ ମହଲୋନର ଯାହା ଯାହା ଥିଲା, ତାହା ମୁଁ ନୟମୀଠାରୁ କ୍ରୟ କଲି, ଏ ବିଷୟରେ ତୁମ୍ଭେମାନେ ଆଜି ମୋହର ସାକ୍ଷୀ ହେଲ।

10ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.