ପରମ ଗୀତ 1

ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?

Song of Solomon 1:7 (UKJV) Tell me, O you whom my soul loves, where you feed, where you make your flock to rest at noon: for why should I be as one that turns aside by the flocks of your companions?

5ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।

6ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।

7ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?

8ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।

9ହେ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ୱିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.