1ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।
2ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।
3ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।