ପରମ ଗୀତ 2

ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।

Song of Solomon 2:10 (UKJV) My beloved spoke, and said unto me, Rise up, my love, my fair one, and come away.

8ଏହି ତ ମୋʼ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି।

9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।

10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।

11କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;

12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.