ପରମ ଗୀତ 2

କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;

Song of Solomon 2:11 (UKJV) For, lo, the winter is past, the rain is over and gone;

9ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।

10ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।

11କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା;

12ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି;

13ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.