ପରମ ଗୀତ 2

ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।

Song of Solomon 2:16 (UKJV) My beloved is mine, and I am his: he feeds among the lilies.

14ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର।

15ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”

16ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।

17ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରିଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.