ପରମ ଗୀତ 2

ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।

Song of Solomon 2:4 (UKJV) He brought me to the banqueting house, and his banner over me was love.

2ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।

3ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।

4ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।

5ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା।

6ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.