1ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
2“ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
3ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?”