ପରମ ଗୀତ 3

“ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।

Song of Solomon 3:2 (UKJV) I will rise now, and go about the city in the streets, and in the broad ways I will seek him whom my soul loves: I sought him, but I found him not.

1ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।

2“ମୁଁ କହିଲି, ମୁଁ ଏବେ ଉଠି ନଗର ଭ୍ରମଣ କରିବି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ଗଳି ଗଳି ଓ ଛକେ ଛକେ ଖୋଜିବି;” ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।

3ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, “ତାଙ୍କୁ କି ତୁମ୍ଭେମାନେ ଦେଖିଲ?”

4ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.