ପରମ ଗୀତ 3

ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।

Song of Solomon 3:7 (UKJV) Behold his bed, which is Solomon's; threescore valiant men are about it, of the valiant of Israel.

5ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

6ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?

7ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।

8ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।

9ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.