ପରମ ଗୀତ 4

ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!

Song of Solomon 4:10 (UKJV) How fair is your love, my sister, my spouse! how much better is your love than wine! and the smell of yours ointments than all spices!

8ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।

9ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ।

10ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!

11ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।

12ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.