ପରମ ଗୀତ 4

ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।

Song of Solomon 4:12 (UKJV) A garden enclosed is my sister, my spouse; a spring shut up, a fountain sealed.

10ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!

11ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।

12ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।

13ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ,

14ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.