3ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।
4ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।
5କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।
6ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି।
7ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।