9ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?
10ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
12ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥାସ୍ଥାନରେ ସ୍ଥାପିତ।
13ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।