14ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
15ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
16ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।