1ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
2ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
3ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି?
4ମୋʼ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
5ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।